ଯିହୋଶୂୟ 14

ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।

Joshua 14:2 (UKJV) By lot was their inheritance, as the LORD commanded by the hand of Moses, for the nine tribes, and for the half tribe.

1କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,

2ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।

3କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।

4ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.