2ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।
3କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।
4ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।
5ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
6ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।