ଯିହୋଶୂୟ 14

ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।

Joshua 14:6 (UKJV) Then the children of Judah came unto Joshua in Gilgal: and Caleb the son of Jephunneh the Kenezite said unto him, You know the thing that the LORD said unto Moses the man of God concerning me and you in Kadeshbarnea.

4ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।

5ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।

6ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।

7ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।

8ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.