5ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
6ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
7ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।
8ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
9ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’