6ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
7ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।
8ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
9ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’
10ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।