8ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା।
9ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
10ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
11ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
12ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।