ଯିହୋଶୂୟ 15

ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।

Joshua 15:14 (UKJV) And Caleb drove thence the three sons of Anak, Sheshai, and Ahiman, and Talmai, the children of Anak.

12ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।

13ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।

14ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।

15ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।

16ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.