14ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
15ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା।
16ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି।”
17ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।
18ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”