ଯିହୋଶୂୟ 15

ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

Joshua 15:17 (UKJV) And Othniel the son of Kenaz, the brother of Caleb, took it: and he gave him Achsah his daughter to wife.

15ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।

16ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।”

17ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

18ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”

19ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.