ଯିହୋଶୂୟ 15

ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।

Joshua 15:19 (UKJV) Who answered, Give me a blessing; for you have given me a south land; give me also springs of water. And he gave her the upper springs, and the nether springs.

17ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

18ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”

19ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।

20ଯିହୁଦା ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।

21ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା-ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.