1ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।
2ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ
3ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।
4ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।