ଯିହୋଶୂୟ 15

ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।

Joshua 15:4 (UKJV) From thence it passed toward Azmon, and went out unto the river of Egypt; and the activities out of that coast were at the sea: this shall be your south coast.

2ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍‍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ

3ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

4ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।

5ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା

6ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.