ଯିହୋଶୂୟ 15

ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।

Joshua 15:6 (UKJV) And the border went up to Bethhogla, and passed along by the north of Betharabah; and the border went up to the stone of Bohan the son of Reuben:

4ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।

5ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା

6ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।

7ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।

8ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.