5ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
6ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।
7ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ ନିକଟରେ ଥିଲା।
8ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା।
9ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।