ଯିହୋଶୂୟ 16

ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।

Joshua 16:3 (UKJV) And goes down westward to the coast of Japhleti, unto the coast of Bethhoron the nether, and to Gezer; and the activities out thereof are at the sea.

1ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।

2ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;

3ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।

4ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।

5ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.