ଯିହୋଶୂୟ 16

ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।

Joshua 16:4 (UKJV) So the children of Joseph, Manasseh and Ephraim, took their inheritance.

2ତହୁଁ ସେ ସୀମା ବେଥେଲ୍‍ଠାରୁ ଲୂସ୍‍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍‍କୁ ଗଲା;

3ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।

4ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।

5ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।

6ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍‍ମଥତ୍‍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍‍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.