3ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
4ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।
5ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।
6ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା।
7ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।