ଯିହୋଶୂୟ 16

ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।

Joshua 16:9 (UKJV) And the separate cities for the children of Ephraim were among the inheritance of the children of Manasseh, all the cities with their villages.

7ପୁଣି ଯାନୋହଠାରୁ ଅଟାରୋତ୍‍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।

8ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।

9ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।

10ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.