ଯିହୋଶୂୟ 17

ତଥାପି ମନଃଶିର ସନ୍ତାନଗଣ ସେହି ସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।

Joshua 17:12 (UKJV) Yet the children of Manasseh could not drive out the inhabitants of those cities; but the Canaanites would dwell in that land.

10ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।

11ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।

12ତଥାପି ମନଃଶିର ସନ୍ତାନଗଣ ସେହି ସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।

13ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।

14ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, “ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁଗୋଷ୍ଠୀ ହୋଇଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.