ଯିହୋଶୂୟ 17

ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହ ରଥ ଥିଲେ ହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ।”

Joshua 17:18 (UKJV) But the mountain shall be yours; for it is a wood, and you shall cut it down: and the utmost limit of it shall be yours: for you shall drive out the Canaanites, though they have iron chariots, and though they be strong.

16ତହିଁରେ ଯୋଷେଫର ସନ୍ତାନଗଣ କହିଲେ, “ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ ରଥ ଅଛି।”

17ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକୁ କହିଲେ, “ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ।

18ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହ ରଥ ଥିଲେ ହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.