1ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।
2ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରୀୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ।
3ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା।
4ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।
5ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।