4ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।
5ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।
6କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।
7ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।
8ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହନଗର ଇଫ୍ରୟିମ-ସନ୍ତାନଗଣର ହେଲା।