ଯିହୋଶୂୟ 17

ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍‍ମଥତ୍‍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍‍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।

Joshua 17:7 (UKJV) And the coast of Manasseh was from Asher to Michmethah, that lies before Shechem; and the border went along on the right hand unto the inhabitants of Entappuah.

5ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।

6କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।

7ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍‍ମଥତ୍‍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍‍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।

8ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହନଗର ଇଫ୍ରୟିମ-ସନ୍ତାନଗଣର ହେଲା।

9ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.