6କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।
7ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।
8ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହନଗର ଇଫ୍ରୟିମ-ସନ୍ତାନଗଣର ହେଲା।
9ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।
10ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।