ଯିହୋଶୂୟ 18

ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।

Joshua 18:13 (UKJV) And the border went over from thence toward Luz, to the side of Luz, which is Bethel, southward; and the border descended to Atarothadar, near the hill that lies on the south side of the nether Bethhoron.

11ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।

12ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।

13ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।

14ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।

15ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.