13ସେଠାରୁ ସେ ସୀମା ଲୂସ୍କୁ ବା ଦକ୍ଷିଣ ଆଡ଼େ ଲୂସ୍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା।
14ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍-ବାଲବା କିରୀୟଥ୍-ଯିୟାରୀମ୍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
15ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମ୍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।
16ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା।
17ପୁଣି ଉତ୍ତର ଦିଗରେ ଫେରି ଐନ୍-ଶେମଶ୍ ନିକଟରେ ଗଲା ଓ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।