ଯିହୋଶୂୟ 18

ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।

Joshua 18:17 (UKJV) And was drawn from the north, and went forth to Enshemesh, and went forth toward Geliloth, which is opposite to the going up of Adummim, and descended to the stone of Bohan the son of Reuben,

15ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।

16ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।

17ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।

18ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକୁ ଗଡ଼ିଗଲା

19ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.