ଯିହୋଶୂୟ 18

ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?”

Joshua 18:3 (UKJV) And Joshua said unto the children of Israel, How long are all of you slack to go to possess the land, which the LORD God of your fathers has given you?

1ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।

2ସେସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।

3ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?”

4ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।

5ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ-ବଂଶ ରହିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.