ଯିହୋଶୂୟ 19

ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।

Joshua 19:14 (UKJV) And the border compasses it on the north side to Hannathon: and the utmost limit thereof are in the valley of Jiphthahel:

12ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।

13ପୁଣି ସେଠାରୁ ପୂର୍ବଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।

14ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।

15ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।

16ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.