ଯିହୋଶୂୟ 19

ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।

Joshua 19:31 (UKJV) This is the inheritance of the tribe of the children of Asher according to their families, these cities with their villages.

29ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।

30ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।

31ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।

32ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।

33ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍‍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍‍ବ ଓ ଯବ୍‍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.