46ଓ ମେୟକୋନ୍ ଓ ରକ୍କୋନ ଓ ଯାଫୋର ସମ୍ମୁଖସ୍ଥ ଅଞ୍ଚଳ।
47ମାତ୍ର ଦାନ୍-ସନ୍ତାନଗଣର ସୀମା ସେହି ସବୁ ସ୍ଥାନ ପାର ହୋଇଗଲା, କାରଣ ଦାନ୍-ସନ୍ତାନଗଣ ଲେଶମ ନଗର ପ୍ରତିକୂଳରେ ଯାଇ ଯୁଦ୍ଧ କଲେ, ତାହା ହସ୍ତଗତ କରି ଖଡ୍ଗଧାରରେ ଆଘାତ କରି ତାହା ଅଧିକାର କଲେ ଓ ତହିଁ ମଧ୍ୟରେ ବାସ କରି ଆପଣାମାନଙ୍କ ପୂର୍ବପୁରୁଷ ଦାନ୍ର ନାମାନୁସାରେ ଲେଶମର ନାମ ଦାନ୍ ରଖିଲେ।
48ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,
49ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।
50ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।