ଯିହୋଶୂୟ 19

ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।

Joshua 19:50 (UKJV) According to the word of the LORD they gave him the city which he asked, even Timnathserah in mount Ephraim: and he built the city, and dwelt therein.

48ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,

49ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।

50ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।

51ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.