6ଓ ବେଥ୍-ଲବାୟୋତ୍ ଓ ଶାରୁହନ୍; ଗ୍ରାମ ସମେତ ଏହି ତେର ନଗର।
7ଐନ୍ ଓ ରିମ୍ମୋନ୍ ଓ ଏଥର୍ ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର
8ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।
9ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା-ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା-ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।
10ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।