ଯିହୋଶୂୟ 2

ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।”

Joshua 2:13 (UKJV) And that all of you will keep alive my father, and my mother, and my brethren, and my sisters, and all that they have, and deliver our lives from death.

11ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।

12ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋʼ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋʼ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।

13ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।”

14ଏଥିରେ ସେମାନେ ତାହାକୁ କହିଲେ, “ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।”

15ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.