15ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।
16ପୁଣି ସେ ସେମାନଙ୍କୁ କହିଲା, “କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।”
17ତହିଁରେ ସେହି ଲୋକମାନେ ତାହାକୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।
18ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂର ବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।
19ତହିଁରେ ଯେକେହି ତୁମ୍ଭ ଗୃହଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।