ଯିହୋଶୂୟ 2

ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବା ଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।

Joshua 2:22 (UKJV) And they went, and came unto the mountain, and abode there three days, until the pursuers were returned: and the pursuers sought them throughout all the way, but found them not.

20ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।”

21ତହିଁରେ ସେ କହିଲା, “ତୁମ୍ଭେମାନେ ଯେପରି କହିଲ, ସେପରି ହେଉ।” ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂର ବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।

22ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବା ଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।

23ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।

24ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.