21ତହିଁରେ ସେ କହିଲା, “ତୁମ୍ଭେମାନେ ଯେପରି କହିଲ, ସେପରି ହେଉ।” ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂର ବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।
22ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବା ଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।
23ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।
24ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।”