ଯିହୋଶୂୟ 2

ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, “ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।”

Joshua 2:3 (UKJV) And the king of Jericho sent unto Rahab, saying, Bring forth the men that are come to you, which are entered into yours house: for they be come to search out all the country.

1ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।

2ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, “ଦେଖ, ଆଜି ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।”

3ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, “ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।”

4ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।

5ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗର-ଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରିଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.