2ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, “ଦେଖ, ଆଜି ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।”
3ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, “ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।”
4ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।
5ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗର-ଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରିଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।”
6ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।