6ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।
7ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ଲୋକମାନେ ନଗର-ଦ୍ୱାର ବନ୍ଦ କଲେ।
8ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,
9“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
10କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;