ଯିହୋଶୂୟ 2

“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।

Joshua 2:9 (UKJV) And she said unto the men, I know that the LORD has given you the land, and that your terror is fallen upon us, and that all the inhabitants of the land faint because of you.

7ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ଲୋକମାନେ ନଗର-ଦ୍ୱାର ବନ୍ଦ କଲେ।

8ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,

9“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।

10କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;

11ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.