ଯିହୋଶୂୟ 20

ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।

Joshua 20:3 (UKJV) That the slayer that kills any person unexpectedly and unwittingly may flee thither: and they shall be your refuge from the avenger of blood.

1ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;

2‘ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।

3ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।

4ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।

5ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକୁ ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.