5ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକୁ ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।
6ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’”
7ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।
8ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ଓ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ।
9କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ଡଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତର ପ୍ରତିହନ୍ତାର ହସ୍ତରେ ନ ମରେ, ଏନିମନ୍ତେ ଇସ୍ରାଏଲ ସନ୍ତାନ ସମସ୍ତଙ୍କ ପାଇଁ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା।