ଯିହୋଶୂୟ 20

ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍‍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍‍ ବଂଶର ଗିଲୀୟଦରେ ରାମୋତ୍‍ ଓ ମନଃଶି ବଂଶର ବାଶନରେ ଗୋଲନ୍‍ ନିରୂପଣ କଲେ।

Joshua 20:8 (UKJV) And on the other side Jordan by Jericho eastward, they assigned Bezer in the wilderness upon the plain out of the tribe of Reuben, and Ramoth in Gilead out of the tribe of Gad, and Golan in Bashan out of the tribe of Manasseh.

6ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବା ଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବା ଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।’”

7ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।

8ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍‍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍‍ ବଂଶର ଗିଲୀୟଦରେ ରାମୋତ୍‍ ଓ ମନଃଶି ବଂଶର ବାଶନରେ ଗୋଲନ୍‍ ନିରୂପଣ କଲେ।

9କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ଡଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତର ପ୍ରତିହନ୍ତାର ହସ୍ତରେ ନ ମରେ, ଏନିମନ୍ତେ ଇସ୍ରାଏଲ ସନ୍ତାନ ସମସ୍ତଙ୍କ ପାଇଁ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.