ଯିହୋଶୂୟ 21

ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”

Joshua 21:2 (UKJV) And they spoke unto them at Shiloh in the land of Canaan, saying, The LORD commanded by the hand of Moses to give us cities to dwell in, with the suburbs thereof for our cattle.

1ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;

2ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”

3ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।

4ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.