27ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
28ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି,
29ଯର୍ମୂତ୍ ଓ ତହିଁ ତଳିଭୂମି, ଐନ୍-ଗନ୍ନୀମ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
30ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି,
31ହିଲକତ୍ ଓ ତହିଁ ତଳିଭୂମି, ରହୋବ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।