40ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।
41ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।
42ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
43ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।
44ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।