5ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।
6ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।
7ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।
8ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
9ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।