ଯିହୋଶୂୟ 22

ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।

Joshua 22:12 (UKJV) And when the children of Israel heard of it, the whole congregation of the children of Israel gathered themselves together at Shiloh, to go up to war against them.

10ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।

11ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।

12ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।

13ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ

14ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.