ଯିହୋଶୂୟ 22

ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।

Joshua 22:14 (UKJV) And with him ten princes, of each chief house a prince throughout all the tribes of Israel; and each one was an head of the house of their fathers among the thousands of Israel.

12ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।

13ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍କୁ

14ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।

15ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,

16“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.